Hindi English Marathi Gujarati Punjabi Urdu
Hindi English Marathi Gujarati Punjabi Urdu

ଏକମ୍ବା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ନିରାପତ୍ତା ସପ୍ତାହ ପାଳିତ

କୋରାପୁଟ, 05 ଜୁଲାଇ 2022 (UTN) | କୋରାପୁଟ ଜିଲ୍ଲାର ସରକାରୀ ଉଚ୍ଚ ବିଦ୍ୟାଳୟ ଏକମ୍ବା ଠାରେ ବିଦ୍ୟାଳୟ ନିରାପତ୍ତା ସପ୍ତାହ ପାଳିତ ହୋଇ ଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସୁନିଲ କୁମାର ପାଢୀଙ୍କ ସଭାପତିତ୍ୱରେ ଆୟୋଜିତ ଦ୍ଵିତୀୟ ଦିବସରଏହି କାର୍ଯ୍ୟକ୍ରମରେ ଜିଲ୍ଲା ଜୁନିୟର ରେଡ଼କ୍ରସ ଅଧିକାରୀ ଯଜ୍ଞେଶ୍ବର ପଣ୍ଡା ଅତିଥି ଭାବେ ଯୋଗଦାନ କରି  ବିଦ୍ୟାଳୟ ନିରାପତ୍ତା, ପ୍ରାଥମିକ ଉପଚାର, ବିଦ୍ୟାଳୟ ନିରାପତ୍ତା କମିଟିର ଭୂମିକା ଓ ସହଭାଗିତା ଉପରେ ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇଥିଲେ।
କାର୍ଯ୍ୟକ୍ରମର ପ୍ରାରମ୍ଭରେ କ୍ରୀଡା ଶିକ୍ଷକ ପ୍ରସନ୍ନ କୁମାର ପାଣିଗ୍ରାହୀ ସ୍ୱାଗତ ଭାଷଣ ଓ କାର୍ଯ୍ୟକ୍ରମର ଆଭିମୁଖ୍ୟ ସ୍ପଷ୍ଟ କରିଥିଲେ।  ବିଦ୍ୟାଳୟର ଶିକ୍ଷକ ବି.ନଳିନୀ କୁମାର ପାତ୍ର,ମନୋଜ କୁମାର ମିଶ୍ର ଏବଂ ଶିକ୍ଷୟିତ୍ରୀ ରାଜଲଷ୍ମୀ ସାମନ୍ତରାୟ  କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଏହି ଅବସରରେ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରାଯାଇଥିଲା।ଶେଷରେ ଶଶୀଭୂଷଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।
କୋରାପୁଟ – ସାମ୍ବାଦିକ, (ତ୍ରିନାଥ ପଟ୍ଟନାୟକ) |

विज्ञापन बॉक्स (विज्ञापन देने के लिए संपर्क करें)

इसे भी पढे ----

वोट जरूर करें

क्या आपको लगता है कि बॉलीवुड ड्रग्स केस में और भी कई बड़े सितारों के नाम सामने आएंगे?

View Results

Loading ... Loading ...

आज का राशिफल देखें 

[avatar]